ଭୁବନେଶ୍ୱର, ୨୨/୦୭ : ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ । ପଶ୍ଚିମ ଓଡ଼ିଶାର ୫ଟି ଜିଲ୍ଲାରେ ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୫ ଜିଲ୍ଲା ହେଉଛି ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ା। ସେହିପରି କେନ୍ଦୁଝର, ମୟୂରଭଂଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କଟକ ଭଳି କିଛି ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ପୁରୀ ସମେତ ଟ୍ବିନ ସିଟିରେ ପ୍ରବଳ ବର୍ଷା ହୋଇଥିଲା ।
