ଭୁବନେଶ୍ୱର,୧୭ /୯ : ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୦ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ସ୍ୱତନ୍ତ୍ର ବୁଲେଟିନରେ କୁହାଯାଇଛି। ଆଇଏମଡ଼ି ବୁଲେଟିନରୁ ମିଳିଥିବା ସୂଚନାରୁ ଜଣାପଡ଼ିଛି ଯେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୦ତାରିଖଠାରୁ ଉପକୂଳ ଅଞ୍ଚଳରେ ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ସମୁଦ୍ର ଖୁବ୍ ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨୦ ତାରିଖ ପୂର୍ବରୁ ଫେରିଆସିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।