ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ : ୯ ମୃତ

ନୂଆଦିଲ୍ଲୀ, ୦୩ /୦୫ : ଦିଲ୍ଲୀର ବିବେକ ବିହାରର ଏକ ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୯ଜଣଙ୍କର ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ୩ ଟା ୪୭ ମିନିଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ପରେ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଫ୍ଲାଟର ଦ୍ବିତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ନିଆଁ ତୃତୀୟ ମହଲାକୁ ବ୍ୟାପି ଯାଇଥିଲା । ଲୋକମାନେ ନିଜକୁ ବଞ୍ଚାଇବାକୁ ଫ୍ଲାଟ ଭିତରୁ ବାହାରି ଦୌଡିଥିଲେ । ଏହି ଅଗ୍ନିକାଣ୍ଡ ଏସି ବିସ୍ଫୋରଣ ଯୋଗୁଁ ହୋଇଥିବା ତଦନ୍ତରୁ ଜଣାପଡିଛି । ଅଗ୍ନିଶମ ଦଳ ଘଟଣା ସମ୍ପର୍କରେ ସୂଚନା ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲେ । ୧୪ଟି ଅଗ୍ନିଶମ ବାହିନୀ ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି କୋଠା ଭିତରେ ଫସି ରହିଥିବା ଲୋକଙ୍କୁ ବାହାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ୧୨ ଜଣଙ୍କୁ ଉଦ୍ଧାର କରିଥିଲେ ଉଦ୍ଧାରକାରୀ ଟିମ୍ । ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୮ ରୁ ୯କୁ ବୃଦ୍ଧି ପାଇଥିବାବେଳେ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।