ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର, ୦୨/୦୫ : ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ମାଟ୍ରିକ ରେଜଲଟ ପ୍ରକାଶ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ଏବଂ ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ଉପଲବ୍ଧ ହେବ । ବୋର୍ଡର ୱେବସାଇଟ www.bseodisha.ac.in ଓ www.bseodisha.nic.in ରେ ପରୀକ୍ଷା ଫଳ ଦେଖିପାରିବେ । ଇଣ୍ଟରନେଟ୍ ସୁବିଧା ନଥିଲେ ମଧ୍ୟ ମୋବାଇଲ୍ ମେସେଜ୍ ମାଧ୍ୟମରେ ରେଜଲ୍ଟ ଜାଣିହେବ । ଏଥିପାଇଁ ମୋବାଇଲରେ OR 10ଲେଖି ନିଜର ରୋଲ ନମ୍ବର ଲେଖି 5676750 କୁ ପଠାଇଲେ ପାଇପାରିବେ ରେଜଲ୍ଟ । ଚଳିତ ବର୍ଷ ଠାରୁ ପ୍ରଥମ ଥର ପାଇଁ ଓଡ଼ିଆରେ ମାଟ୍ରିକ ସାର୍ଟିଫିକେଟ ପାଇବେ ପରୀକ୍ଷାର୍ଥୀ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏ ଚାଲିଥିଲା । ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏଥର ପ୍ରଥମକରି ମାଟ୍ରିକ ସାର୍ଟିଫିକେଟ ଓଡ଼ିଆରେ ମିଳିବ । ଉଭୟ ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ ।