ଭୁବନେଶ୍ୱର, ୦୧/୦୫ : ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନ ୪ଟାରେ ମାଟ୍ରିକ ରେଜଲଟ ପ୍ରକାଶ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ଏବଂ ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ଉପଲବ୍ଧ ହେବ। ବୋର୍ଡର ୱେବସାଇଟ www.bseodisha.ac.in ଓ www.bseodisha.nic.in ରେ ପରୀକ୍ଷା ଫଳ ଦେଖିପାରିବେ। ଇଣ୍ଟରନେଟ୍ ସୁବିଧା ନଥିଲେ ମଧ୍ୟ ମୋବାଇଲ୍ ମେସେଜ୍ ମାଧ୍ୟମରେ ରେଜଲ୍ଟ ଜାଣିହେବ। ଏଥିପାଇଁ ମୋବାଇଲରେ OR 10ଲେଖି ନିଜର ରୋଲ ନମ୍ବର ଲେଖି 5676750 କୁ ପଠାଇଲେ ପାଇପାରିବେ ରେଜଲ୍ଟ। ଚଳିତ ବର୍ଷ ଠାରୁ ପ୍ରଥମ ଥର ପାଇଁ ଓଡ଼ିଆରେ ମାଟ୍ରିକ ସାର୍ଟିଫିକେଟ ପାଇବେ ପରୀକ୍ଷାର୍ଥୀ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏ ଚାଲିଥିଲା। ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି।