ଆଜି ରାଜ୍ୟର ୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୦୬/୧୦ : ରାଜ୍ୟର ଆଜି ୩ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଆଉ କିଛି ଜିଲାରେ କୁହୁଡ଼ି ପଡୁଥିବାର ମଧ୍ୟ ଦେଖିବାକୁ ମିଳୁଛି। ତେବେ ଆଗାମୀ ୩ ଘଣ୍ଟା ପାଇଁ ୩ ଜିଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପକୂଳ ଜିଲା ପୁରୀ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗକେନ୍ଦ୍ର ସୂଚନା ଦେଇଛି। ଏସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।