ରାଜ୍ୟ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

ଭୁବନେଶ୍ବର,୧୧/୯ : ରାଜ୍ୟ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ଥିବାର ସୂଚନା ମିଳିଛି। ଗତକାଲି ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ବରର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ତାଙ୍କର ଛାତିରେ ଦୁଇଟି ବ୍ଲକେଜ ଥିବା ଜଣାପଡ଼ିଲା। ଏହାପରେ ଅସ୍ତ୍ରୋପଚାର କରି ଦୁଇଟି ଷ୍ଟେଣ୍ଟ ଲଗାଯାଇଛି।