ଭୁବନେଶ୍ୱର, ୦୫/୦୩ : ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଛି। ତାଙ୍କର ହୃଦ୍ରୋଗ ସମସ୍ୟା ଥିବାରୁ ପ୍ରଥମେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଭୁବନେଶ୍ୱର ଏମ୍ସର ବିଶେଷଜ୍ଞ ଡାକ୍ତରୀ ଦଳ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଆଞ୍ଜିଓଗ୍ରାଫି କରିଥିଲେ। ଆଞ୍ଜିଓଗ୍ରାଫି ରିପୋର୍ଟ ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟାବସ୍ଥାକୁ ଅନୁଧ୍ୟାନ କରିବା ପରେ, ଉନ୍ନତମାନର ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସ ନେବାକୁ ଡାକ୍ତରମାନେ ପରାମର୍ଶ ଦେଇଥିଲେ। ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପ୍ରସାରିତ ହେବା ପରେ ବିଭିନ୍ନ ମହଲରେ ଚିନ୍ତା ପ୍ରକଟ କରାଯାଇଛି। ବିଭିନ୍ନ ରାଜନୈତିକ ନେତୃବୃନ୍ଦ ଏବଂ ଶୁଭେଚ୍ଛୁମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।