ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲଦଣ୍ଡ

0

ଭୁବନେଶ୍ୱର, ୨୩/୦୫ : ସାଢ଼େ ୪ ବର୍ଷ ତଳେ ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳର ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲାରେ ଆଜି ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟରେ ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ ଜଜ୍ ବିରଞ୍ଚି ନାରାୟଣ ମିଶ୍ର ମାମଲାର ଶୁଣାଣି କରି ବନ୍ତଳା ଅଞ୍ଚଳର ଅଭିଯୁକ୍ତ ସୁବ୍ରତ ସାହୁ(୨୪ ବର୍ଷ)କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ ୨୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ ରହିଛି। ଅଭିଯୁକ୍ତ ସୁବ୍ରତ ଘର ପାଖର ଜଣେ ୧୨ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିଲା। ଏନେଇ ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ୍ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟରେ ଏହି ମାମଲାର ଶୁଣାଣି ଚାଲିଥିବା ବେଳେ ମୋଟ ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଅଭିଯୁକ୍ତ ସୁବ୍ରତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ତଥା ସ୍ଵତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଦୀପ କୁମାର ଭୂତିଆ ମାମଲାର ପରିଚାଳନା କରିଥିଲେ।

Leave A Reply

Your email address will not be published.