ଭୁବନେଶ୍ୱରରେ ଆଜି ୧୧୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୬/୮: ଗୁରୁବାର ରାଜଧାନୀ ଭୁବନେଶ୍ୱରରୁ ଆଉ ୧୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭୨ରେ ପହଁଚିଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୭୧ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୭ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏପରିକି ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ୩୪୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୫୧ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୮ଜଣ ପ୍ରାଣ ହରାଇଥିବା ବେଳେ ୧୩୦୧ଟି ସକ୍ରିୟ କେସ୍ ରହିଛି ।