ଦେଶରେ ଆଜି ୯୩ ହଜାର କରୋନା ସଂକ୍ରମିତ ଚିହ୍ନଟ, ୫୧୩ ମୃତ

ନୂଆଦିଲ୍ଲୀ,୪ /୪ : ଦେଶରେ ଆଜି ୯୩ ହଜାର କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପ୍ରତିଦିନ ସଂକ୍ରମଣ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯୩ ହଜାର ୨୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ୫୧୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ଆଜି ସୁଦ୍ଧା ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୪ ଲକ୍ଷ ୮୫ ହଜାର ୫୦୯ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୪ ହଜାର ୬୨୩ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷ ୨୯ ହଜାର ୨୮୯ ଜଣ ସୁସ୍ଥ ହୋଇଥିବାବେଳେ ୬ ଲକ୍ଷ ୯୧ ହଜାର ୫୯୭ ଜଣ ସକ୍ରିୟ ରୋଗୀ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।