ରାଜ୍ୟରେ ଆଜି ୧୪୩୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧ ହଜାର ୫୭୪

ଭୁବନେଶ୍ୱର, ୮/୧୧ : ଆଜି ରାଜ୍ୟରେ ୧୪୩୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୮୩୩ ଓ ସ୍ଥାନୀୟ ଅଞ୍ଚଳରୁ ୬୦୧ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧ ହଜାର ୫୭୪କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୧୫୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୬୮୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୯୩୯୩୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।