ଭୁବନେଶ୍ୱର, ୨୩/୬ : ରାଜ୍ୟରେ ଆଜି ପୁଣି ୧୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୪୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୫, ଯାଜପୁର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୮, ନୟାଗଡ ଜିଲ୍ଲାରୁ ୨, ବାଲେଶ୍ୱର ଜିଲ୍ଲାରୁ ୧୩, ଜଗତସିଂହପୁର ଜିଲ୍ଲାରୁ ୧୯, କଟକ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୯, ବରଗଡ଼ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩୦, ପୁରୀ ଜିଲ୍ଲାରୁ ୧, ସୁନ୍ଦରଗଡ଼ ଜିଲ୍ଲାରୁ ୪, ବଲାଙ୍ଗୀର ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୪, କୋରାପୁଟ ଜିଲ୍ଲାରୁ ୧, ଝାରସୁଗୁଡ଼ା ଜିଲ୍ଲାରୁ ୩, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ୍ ୩୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୮୩ ରହିଛି। ଅପରପକ୍ଷରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।