ଭୁବନେଶ୍ୱର, ୧୯/୮ : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରୁ ଆଜି ୨୫୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୫୭୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୦୧୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୨୫୮୯ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭ ହଜାର ୧୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।