କମୁଛି ଆକ୍ରାନ୍ତଙ୍କ ସଂଖ୍ୟା : ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୩୦୩ କରୋନା ପଜିଟିଭ

ଭୁବନେଶ୍ୱର, ୨୭/୧୨ : ରାଜ୍ୟରେ ଆଜି ପୁଣି ୩୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୨ ଜଣ ସଂଗରୋଧ କେନ୍ଦ୍ରରୁ ରହିଥିବାବେଳେ ୧୩୧ ଜଣ ସ୍ଥାନୀୟ ଅଂଚଳରୁ ରହିଛନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୮ ହଜାର ୫୦୪ରେ ପହଞ୍ଚିଛି। ସେହିପରି ୩ ଲକ୍ଷ ୨୩ ହଜାର ୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୮୪୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।