ନୂଆଦିଲ୍ଲୀ,୨୮ /୧୦ : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଆଜି ୨୪ ଘଣ୍ଟାରେ ୪୩ ହଜାର ୮୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦୮ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୦ରେ ପହଞ୍ଚିଛି। ଏଥିସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ଲକ୍ଷ ୯୦ ହଜାର ୩୨୨କୁ ବୃଦ୍ଧି ପାଇଛି। ମୋଟ ୬ ଲକ୍ଷ ୧୦ ହଜାର ୮୦୩ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୨ ଲକ୍ଷ ୫୯ ହଜାର ୫୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।