ଦେଶରେ ଆଜି ୫୭ ହଜାର ୯୮୨ ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତ ସଂଖ୍ୟା ୨୬ ଲକ୍ଷ ୪୭ ହଜାର ୬୬୪, ମୃତ୍ୟୁ ସଂଖ୍ୟା ୫୦,୯୨୧

ନୂଆଦିଲ୍ଲୀ, ୧୭/୮ : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଆଜି ଦେଶର ୫୭ ହଜାର ୯୮୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଲକ୍ଷ ୪୭ ହଜାର ୬୬୪ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୯୪୧ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୫୦ ହଜାର ୯୨୧କୁ ବୃଦ୍ଧି ପାଇଛି।

ଦେଶରେ ଏବେ ୬ ଲକ୍ଷ ୭୬ ହଜାର ୯୦୦ ସକ୍ରିୟ ରୋଗୀ ରହିଥିବାବେଳେ ୧୯ ଲକ୍ଷ ୧୯ ହଜାର ୮୪୨ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।