ଭୁବନେଶ୍ୱର, ୭/୨ : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ କମିବାରେ ଲାଗିଛି । ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମୁଛି । ଏହିକ୍ରମରେ ରାଜ୍ୟରୁ ଆଜି ୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୭୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୨୦କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୮୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୨୮୪୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।