ଦେଶରେ ଆଜି ୮୫ ହଜାର ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯ ଲକ୍ଷ ୦୩ ହଜାର ୯୩୨

ନୂଆଦିଲ୍ଲୀ,୨୬ /୯: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୫ ହଜାର ୩୬୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯ ଲକ୍ଷ ୦୩ ହଜାର ୯୩୨ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୮୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୩ ହଜାର ୩୭୯କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୬୦ ହଜାର ୯୬୯ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୮ ଲକ୍ଷ ୪୯ ହଜାର ୫୮୪ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।