ଭୁବନେଶ୍ୱର, ୦୨/୦୮ : ଦିଗପହଣ୍ଡି ବିଧାୟକ ତଥା ଓଲିଉଡ୍ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ଘଟିଛି। ସିଦ୍ଧାନ୍ତଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃବିୟୋଗ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ଓ ଶୋକାକୁଳ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଲି । ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ।