ଭୁବନେଶ୍ବର, ୦୯/୦୨ : ଆଜିଠୁ ବଢିବ ରାତି ତାପମାତ୍ରା । ଆସନ୍ତା ୪ ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିପାରେ। ଏହାର ପ୍ରଭାବରେ ଶୀତ କମିଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପାରଦ ୧୦ ଡିଗ୍ରୀ ବା ଏହାଠାରୁ ସାମାନ୍ୟ ଅଧିକ ରହିପାରେ। ସେହିଭଳି ୧୨ ତାରିଖ ଯାଏ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।