ଭୁବନେଶ୍ବର, ୧୩/୧୦ : ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲା । ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ନୂଆପଡା ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ। ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ପ୍ରକ୍ରିୟା । ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ରେ ପ୍ରତ୍ୟାହାର କରି ପାରିବେ ପ୍ରାର୍ଥୀ । ନଭେମ୍ବର ୧୧ ତାରିଖରେ ଭୋଟ ଗ୍ରହଣ ହେବ। ସେଥିପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି। ମାଓପ୍ରବଣ ଅଞ୍ଚଳରେ ଥିବା ୪୭ଟି ସମ୍ବେଦନଶୀଳ ବୁଥ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୮ଟି ବୁଥରେ ପୋଲିଂ କର୍ମଚାରୀ ପହଞ୍ଚିବା ପାଇଁ ହେଲିକପ୍ଟର ବ୍ୟବସ୍ଥା ହୋଇଛି। ନିର୍ବାଚନ ପରିଚାଳନା ପାଇଁ ୧୪ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ୍ ଫୋର୍ସ ମୁତୟନ ହେବେ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।
