ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା : ପୀଡ଼ିତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪/୧୦ : ପଶ୍ଚିମବଙ୍ଗ ଦୁର୍ଗାପୁର ପୀଡ଼ିତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିସହ ଓଡ଼ିଆ ଡାକ୍ତରୀ ଛାତ୍ରଙ୍କ ମା’ ଓ ସେଠାରେ ଉପସ୍ଥିତ ଥିବା ରାଜ୍ୟ ମହିଳା କମିଶନ୍ ଅଧ୍ୟକ୍ଷାଙ୍କ ଶୋଭନା ମହାନ୍ତିଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି । ଦୋଷୀକୁ ତୁରନ୍ତ ଦଣ୍ଡ ପ୍ରଦାନ ପାଇଁ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ । ପୀଡ଼ିତାଙ୍କ ଆରୋଗ୍ୟ କାମନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୀଡ଼ିତା ବର୍ତ୍ତମାନ ଚିକିତ୍ସାଧିନ ଅଛନ୍ତି। ତେବେ ପୂର୍ବରୁ ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କ ବାପାଙ୍କ ସହିତ ମଧ୍ୟ କଥା ହୋଇଥିଲେ। ସେପଟେ ଓଡିଶା ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଶୋଭନା ମହାନ୍ତି କହିଛନ୍ତି, ପୀଡିତା ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି । ମୁଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଅନୁରୋଧ କରୁଛି ଯେ ସେ ଯେପରି ସର୍ବୋତ୍ତମ ଚିକିତ୍ସା ସେବା ପାଆନ୍ତି । ଏଭଳି ଜଘନ୍ୟକାଣ୍ଡ ପାଇଁ ଦାୟୀ ବ୍ୟକ୍ତିମାନଙ୍କୁ ଦ୍ରୁତ ନ୍ୟାୟ ପ୍ରଦାନ କରିବା ପାଇଁ ଫାଷ୍ଟ ଟ୍ରାକ୍ କୋର୍ଟରେ ବିଚାର କରାଯିବା ଉଚିତ ।

SBI_Festive_Digital Billboard