ଜମ୍ମୁ କଶ୍ମୀରରେ ବଡ ଆତଙ୍କୀ ହମଲା : ଜଣେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ

0

ନୂଆଦିଲ୍ଲୀ, ୨୩/୦୪ : ଜମ୍ମୁ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ର ଜଣେ ଓଡ଼ିଆ ପର୍ଯ୍ୟଟକ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି ବାଲେଶ୍ବର ସଦର ବ୍ଲକ ସାରଗାଁ ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ଦିଅର ପ୍ରଶାନ୍ତ ଶତପଥୀ । ଆତଙ୍କବାଦୀଙ୍କ ଗୁଳିମାଡ଼ର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି ସେ । ସେ ଗତ ୧୯ ତାରିଖ ଦିନ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଓ ପୁଅ ତନୁଜଙ୍କୁ ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ। ଆଜି ସେଠାରେ ପୁଅ ଓ ପତ୍ନୀଙ୍କ ସହିତ ବୁଲୁଥିବା ବେଳେ ଆତଙ୍କବାଦୀମାନେ ପର୍ଯ୍ୟଟକମାନଙ୍କ ଉପରେ ଅତର୍କିତ ଭାବେ ଗୁଳି ଚଳାଇଥିଲେ। ପ୍ରଶାନ୍ତଙ୍କ ମୃତ୍ୟୁ ନେଇ ଜମ୍ମୁ କଶ୍ମୀର ଅନନ୍ତନାଗ ପୁଲିସ ସ୍ପଷ୍ଟ କରିଛି।

Leave A Reply

Your email address will not be published.