ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୩ ହଜାର ତଳକୁ ଆସିଥିବା ବେଳେ ପୁଣି ସଂଖ୍ୟା ଉପରମୁହାଁ ହୋଇଥିଲା । ଏବେ ଆମ ରାଜ୍ୟରେ ସଂକ୍ରମଣ କମିଛି ସତ ହେଲେ ବିପଦ ଟଳିନି ।କାରଣ ‘ଡେଲ୍ଟା ପ୍ଲସ୍’ର ଗୋଟିଏ ମାମଲା ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରେ ଚିହ୍ନଟ କରାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୮ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୫୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୦ ହଜାର ୫୯୬ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।