ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ , ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର, ୧୪/୦୭ : ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନ ୪ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ବୈଠକରେ ରାଜ୍ୟର ବିକାଶ, ପ୍ରଶାସନିକ ସଂସ୍କାର ଏବଂ ବିଭିନ୍ନ ଜନକଲ୍ୟାଣମୂଳକ ପ୍ରକଳ୍ପ ସମ୍ପର୍କିତ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବିଚାରବିମର୍ଶ କରାଯିବ । ସୂଚନା ଅନୁଯାୟୀ, ବିଭିନ୍ନ ବିଭାଗ ପକ୍ଷରୁ ଆଗତ ପ୍ରସ୍ତାବଗୁଡ଼ିକୁ କ୍ୟାବିନେଟ୍‌ରେ ଉପସ୍ଥାପନ କରାଯିବ ଏବଂ ଆଲୋଚନା ପରେ ସେଥିରେ ମୋହର ବାଜିବାର ସମ୍ଭାବନା ରହିଛି ।