ପୁରୀ ଯିବା ରାସ୍ତାରେ ପଇଡ଼ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୩/୧୦ : ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକିଥିଲେ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ଠାରୁ ପଇଡ କିଣି ପିଇଥିଲେ । ଏଥିସହ ତାଙ୍କ ସହିତ ଦୁଃଖସୁଖ ମଧ୍ୟ ହୋଇଥିଲେ । କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ଭାବେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଥିଲା ।

SBI_Festive_Digital Billboard