ଭୁବନେଶ୍ୱର, ୧୭/୧୧ : ପୁଣି ରାଜ୍ୟ ସରକାରୀ କର୍ମଚାରୀଙ୍କ ଖୁସି ଖବର ଆସିଛି । ରାଜ୍ୟ ସରକାର ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜୁଲାଇ ପହିଲା ୨୦୨୬ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।