ଆସନ୍ତା ୨୯ ତାରିଖ ଦିନ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭/୭ : ମହାମାରୀ କରୋନା କାଳରେ ପ୍ରକାଶ ପାଇବାକୁ ଯାଉଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ଅର୍ଥାତ୍‌ ଆସନ୍ତା ୨୯ ତାରିଖ ଦିନ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାସ । ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ସମୀର ଦାସ । କରୋନାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ବିଳମ୍ୱରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ।

ତେବେ ପ୍ରତିବର୍ଷ ମାଟ୍ରିକ ପରୀକ୍ଷା ଫଳ କଟକରେ ପ୍ରକାଶ ପାଇଆସୁଥିବାବେଳେ ଚଳିତ ବର୍ଷ କରୋନା ପାଇଁ କଟକରେ ବାହାରିବ କି ନାହିଁ ସେ ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି । ବୋର୍ଡର ୨ଟି ୱେବସାଇଟ ଓ ଏସଏମଏସ ମାଧ୍ୟମରେ ପରୀକ୍ଷା ଫଳ ଜାଣି ହେବ । ତେବେ ସମ୍ପୃକ୍ତ ୱେବସାଇଟ ଓ ଏସଏମଏସ ପ୍ରକ୍ରିୟା ସମ୍ପର୍କରେ ବୋର୍ଡ କର୍ତ୍ତୃପକ୍ଷ ଖୁବଶୀଘ୍ର ସୂଚନା ଦେବେ ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ।

ସୂଚନାନୁସାରେ, ଚଳିତବର୍ଷ ପ୍ରାୟ ୫.୬ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଦୁଇ ସପ୍ତାହ ତଳେ ମାଟ୍ରିକ ଖାତା ମୂଲ୍ୟାୟନ ଶେଷ ହୋଇଥିଲା ଅନେକ ଆଶା ଓ ଆଶଙ୍କା ଭିତରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ।