ଓଡ଼ିଶାରେ ବର୍ଷାର ତାଣ୍ଡବ, ଆଜି ୧୪ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର ୨୧/୧୧ ରାଜଧାନୀ ଭୁବନେଶ୍ବର, କଟକ ସମେତ ବିଭିନ୍ନ ସ୍ଥାନରେ ବର୍ଷା । ଭୋରରୁ ବର୍ଷା ଲାଗି ରହିଥିବାରୁ ଯାତାୟାତ ବାଧାପ୍ରାପ୍ତ । ଲ୍ୟାଣ୍ଡଫଲ ପରେ ଅକଭାନ ଦୁର୍ବଳ ହୋଇ କେନ୍ଦ୍ରୀୟ ଓଡ଼ିଶା ଉପରେ ଏବେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେଇଛି । ଏହା ବଙ୍ଗୋପସାଗରରେ ଉତ୍ତରଦିଗରେ ଗତି କରି ଆହୁରି ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଆଜି ସକାଳ ୮ଟା ୩୦ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୫ କିମିରୁ ୬୫ କିମି ବେଗରେ ପବନ ବହିବ । ସେହିପରି ଆଜି ସକାଳ ୮ଟା ୩୦ ଯାଏ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।