ରାଜ୍ୟରେ ୨୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ୨୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ, କଟକରୁ ୧୬ ଜଣ, ଢେଙ୍କାନାଳରୁ ୨୦ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୧୨୪ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୫ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୯ ହଜାର ୮୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୮ ହଜାର ୯୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୪୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Comments are closed.