ଓଲିଉଡ୍‌ ଅଭିନେତା ବାବୁସାନ୍‌ ହେଲେ ବାପା ‌

ଭୁବନେଶ୍ବର,୭ /୪: ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ଆଜି ବାପା ହୋଇଛନ୍ତି। ତାଙ୍କ ପତ୍ନୀ ତୃପ୍ତି ପଟିଆସ୍ଥିତ ଏକ ଘରୋଇ ହସ୍ପିଟାଲରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ସାମାଜିକ ଗଣମାଧ୍ୟମରେ ବାବୁସାନ୍‌ଙ୍କ ପରିବାରକୁ ଶୁଭେଚ୍ଛାର ସୁଅ ଛୁଟିଛି। ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କୁ ତାଙ୍କ ପ୍ରଶଂସକମାନେ ଜେଜେ ହେଲେ ବୋଲି ଅଭିନନ୍ଦନ ଜଣାଇଥିବାବେଳେ ଅପରାଜିତା ପ୍ରିୟଦର୍ଶିନୀଙ୍କୁ ଜେଜେମା’ ବୋଲି ବହୁ ପ୍ରଶଂସକମାନେ ଶୁଭେଚ୍ଛା ଜଣାଇଛନ୍ତି। ତେବେ ବାବୁସାନ୍‌ଙ୍କ ପ୍ରଶଂସକମାନେ ଜୁନିଅର୍ ବାବୁସାନ୍‌ ବୋଲି ନବଜାତ ପୁତ୍ରକ ଆଶୀର୍ବାଦ କରିଛନ୍ତି। ସୂଚନାନୁସାରେ ଗତକାଲି ତୃପ୍ତିଙ୍କୁ ଉକ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ଅସ୍ତ୍ରୋପଚାର କରାଯାଇଥିଲା। ଏବେ ମା ଓ ଶିଶୁ ସୁସ୍ଥ ଥିବା ଜଣାପଡ଼ିଛି।