ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯/୮: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶ୍ରୀମତୀ ମିଶ୍ର ନିଜେ ଟ୍ବିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି ଏବଂ ଭଗବାନ ଜଗନ୍ନାଥଙ୍କ କୃପାରୁ ଭଲରେ ଅଛି। ଗତ ନିର୍ବାଚନରେ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ଥିବା ବଲାଙ୍ଗୀରର ଯୁବନେତ୍ରୀ ଶ୍ରୀମୟୀ ମିଶ୍ର ୨୦୧୯ ମସିହା ଅଗଷ୍ଟ ୧୬ରେ ଓଡ଼ିଶା ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇଥିଲେ।