ଦେଶରେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣ ସଂଖ୍ୟା ୧୦ ହଜାରରୁ ଉର୍ଦ୍ଧ୍ବ

0

ନୂଆଦିଲ୍ଲୀ ୧୩/୦୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଲାଣି । ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୪୪ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୦,୧୫୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭,୮୨୫ଥିଲା। ଫଳରେ ଗୋଟିଏ ଦିନରେ ଏହା ୩୦ ପ୍ରତିଶତ ବୃଦ୍ଧି ହୋଇଛି।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୫ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୪ ହଜାର ଟପିଛି। ଏହା ୪୪ ହଜାର ୯୯୮ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୦ ହଜାର ୨୧୫ ଥିଲା। ସେହିପରି ୨୪ ଘଣ୍ଟାରେ ୫,୩୫୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪,୬୯୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୩୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୮୬ ହଜାର ୧୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୧୦ ହଜାର ୧୨୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

SBI AD
Leave A Reply

Your email address will not be published.