ବାହୁଡ଼ାରେ କମିଲା ପେଟ୍ରୋଲ ଏବଂ ଡିଜେଲ ଦର

ଭୁବନେଶ୍ୱର, ୨୪/୦୭ : ଆଜି ପେଟ୍ରୋଲ ଓ ଡିଜେଲ ଦାମ ସାମାନ୍ୟ ବୃଦ୍ଧି ପାଇଛି । ଗତକାଲି ପେଟ୍ରୋଲ କିମ୍ବା ଡିଜେଲ ଦର ସାମାନ୍ୟ ହ୍ରାସ ପାଇଥିବାବେଳେ ଆଜି ପୁଣି ବୃଦ୍ଧି ପାଇଛି । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮.୮୫ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୫୬ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭.୮୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୩. ୫୦ ଟଙ୍କା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୭ ଟଙ୍କା ୭୬ ପଇସା ଥିବା ବେଳେ ଡିଜେଲ ଦାମ ୯୯ ଟଙ୍କା୫୫ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

SBI AD