କମିଲା ପେଟ୍ରୋଲ ଏବଂ ଡିଜେଲ ଦର

ଭୁବନେଶ୍ୱର, ୦୯/୧୦ : ପେଟ୍ରୋଲ ଏବଂ ଡିଜେଲ ଦାମ୍ ପ୍ରତିଦିନ ବଦଳିଥାଏ । ଆଜି ଅର୍ଥାତ୍ ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ .୯୭ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୫୫ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି ।

SBI_Festive_Digital Billboard