ଭୁବନେଶ୍ବର,୩୦/୧୨: କ୍ୟାପିଟାଲ ହସପିଟାଲରେ ପିଜି ଆଇଏମଇଆର ପାଠ୍ୟକ୍ରମ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଡାକ୍ତରୀ ଛାତ୍ରଙ୍କ ସହ ବାର୍ତ୍ତାଳାପ କଲେ ମୁଖ୍ୟମନ୍ତ୍ରୀ। ସ୍ବାସ୍ଥ୍ୟ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଥିଲେ ଉପସ୍ଥିତ । କ୍ୟାପିଟାଲ ହସପିଟାଲରେ ଚଳିତ ବର୍ଷରୁ ପିଜି ପାଠ୍ୟକ୍ରମ ଆରମ୍ଭ ହୋଇଛି । ୬ଟି ସ୍ପେଶାଲ ଏମଏସ ଏବଂ ଏମଡି ଆରମ୍ଭ ହୋଇଛି।
ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ ଆରମ୍ଭ କରାଯାଇଛି। ମୋଟ ୧୫ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ଟି ବିଭାଗକୁ ଅନୁମତି ପ୍ରଦାନ କରାଯାଇଛି। ୬ଟି ବିଭାଗରେ ୨୪ଟି ସିଟ ପାଇଁ ପିଜି ଓ ୬ଟି ସ୍ପେଶାଲ ଏମଏସ / ଏମଡି ପାଠ୍ୟକ୍ରମ ପାଇଁ ଅନୁମତି ମିଳିଛି ବୋଲି କ୍ୟାପିଟାଲ ହସପିଟାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରୀ ବିଭାଗକୁ ୫ଟି ଲେଖାଏ ସିଟ ସହିତ, ଅସ୍ଥିଶଲ୍ୟ ବିଭାଗରେ ୨, ଶିଶୁରୋଗ ବିଭାଗରେ ୪, ଶ୍ବାସରୋଗ ବିଭାଗରେ ୩ଟି ସିଟରେ ପିଜି ପାଠ୍ୟକ୍ରମ ଖୋଲିଛି । ଆଉ ୯ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶକ, ପ୍ରଫେସର ଓ କମର୍ଚାରୀଙ୍କ ସହ ପାଖାପାଖି ୭୦ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ଏଠାରେ ବିଭିନ୍ନ ସ୍ବତନ୍ତ୍ର ବିଭାଗରେ ପିଜି ପାଠ୍ୟକ୍ରମ ଖୋଲିବା ସ୍ବାସ୍ଥ୍ୟ ବ୍ୟବସ୍ଥାରେ ଆହୁରି ସୁଧାର ଆସିବ ବୋଲି ଆଶା କରାଯାଉଛି।