ଆଜିଠାରୁ +୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୧୨/୧୦: ଆଜିଠାରୁ +୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ । ୨୫ ଯାଏ ଆବେଦନ, ୩୦ରେ ମେଧା ତାଲିକା । ଯୁକ୍ତ୨ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗରେ ଖାଲି ଥିବା ସିଟ୍ ପୂରଣ ପାଇଁ ପୁଣିଥରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ସାମ୍ ସ ୱେବସାଇଟ୍ ରେ www.samsodisha.gov.in କମନ୍ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ।

ଆବେଦନ ପାଇଁ ଯୋଗ୍ୟ ଛାତ୍ରଛାତ୍ରୀ ୨୫ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ। ୩୦ରେ ମେଧା ତାଲିକା ପ୍ରକାଶ ପାଇବ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ନଭେମ୍ବର ୧ରୁ ୩ ମଧ୍ୟରେ ଅନୁଷ୍ଠିତ ହେବ। ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ଡାଟା ଅପ୍ ଡେଟେସନ୍ ନଭେମ୍ବର ୫ ସୁଦ୍ଧା କରାଯିବ। ୯ ତାରିଖରେ ସ୍ପଟ୍ ନାମଲେଖା ଲାଗି ମେଧା ତାଲିକା ପ୍ରକାଶ ପାଇବ। ଛାତ୍ରଛାତ୍ରୀ ୯ ଓ ୧୦ ତାରିଖରେ ନାମ ପଞ୍ଜୀକରଣ କରିବେ ଏବଂ ୧୧ ତାରିଖରେ ସ୍ପଟ୍ ନାମଲେଖା ପାଇଁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ନଭେମ୍ବର ୧୧ ଓ ୧୨ରେ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ସ୍ପଟ୍ ନାମଲେଖା ଅନୁଷ୍ଠିତ ହେବ।