ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ : ପାସ ହାର ୭୪.୯୫%

ଭୁବନେଶ୍ୱର, ୧୯/୮ : ଆଜି ପୂର୍ବାହ୍ନ ୧୧.୩୦ରେ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷର ପାସ ହାର ରହିଛି ୭୪.୯୫% । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ତେବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟର ଖାତା ରିଚେକିଂ ଅଗଷ୍ଟ ୨୧ ରୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି।