କଟକ : ସାଂସଦ ଅନୁଭବଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ମିଳିଲା ପୁଲିସ ସୁରକ୍ଷା । ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ପୁଲିସ ସୁରକ୍ଷା ମାଗିଥିଲେ ବର୍ଷା । ଏନେଇ ପୁରୀଘାଟ ଥାନାରେ ତାଙ୍କ ଓକିଲଙ୍କ ପକ୍ଷରୁ ଆବେଦନ କରାଯାଇଥିଲା । ଗତକାଲି ବର୍ଷାଙ୍କୁ ଖାଇବାକୁ ଦେବା ସମୟରେ ଅନୁଭବଙ୍କ ୨ ସହଯୋଗୀ, ବର୍ଷାଙ୍କ ଅନିଚ୍ଛା ସତ୍ୱେ ମୋବାଇଲରେ ଭିଡିଓ ସୁଟ କରିଥିଲେ । ଏହାକୁ ନେଇ ପୁଲିସର ସହାୟତା ଲୋଡିଥିଲେ ବର୍ଷା । ଅଭିଯୋଗ ପାଇବା ପରେ ପୁଲିସ ଅଧିକାରୀ ଅନୁଭବଙ୍କ ବାସଭବନରେ ପୋଲିସ ପହଁଚି ଘଟଣା ନେଇ ବର୍ଷାଙ୍କ ସହ ଆଲୋଚନା କରିଥିଲେ । ଏହା ପରେ ଅନୁଭବଙ୍କ ଘରେ ବର୍ଷାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ଜଣେ ପୁଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି ।