ପଦ୍ମଶ୍ରୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର,୧୯/୫ : ବିଶିଷ୍ଟ ଶିଳ୍ପୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ । କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ପ୍ରଶାନ୍ତ । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ପରଲୋକ ହୋଇଛି । ଏନେଇ ଏମ୍ସରେ ସୁପରିଣ୍ଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତିଙ୍କ ସୂଚନା ।

ଖବର ଅନୁଯାୟୀ, ୪୭ବର୍ଷୀୟ ପ୍ରଶାନ୍ତ ପୂର୍ବତନ ରଣଜୀ ଖେଳାଳୀ ତଥା ବିସିସିଆଇର ମ୍ୟାଚ୍‌ ରେଫରୀ ଥିଲେ । ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ ଖେଳି ସୁନାମ ଅର୍ଜନ କରିଥିଲେ। କିଛି ଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଭୁବନେଶ୍ୱର ସ୍ଥିତ ଏମ୍ସରେ ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ଆଜି ତାଙ୍କର ପରଲୋକ ହୋଇଯାଇଛି ।

ଗତ ୯ ତାରିଖରେ ତାଙ୍କ ବାପା ବିଶିଷ୍ଟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କର ଦେହାନ୍ତ ହୋଇଥିଲା । ଆଜି ତାଙ୍କର ଏକାଦଶାହରେ ପୁତ୍ର ପ୍ରଶାନ୍ତର ପରଲୋକ ହୋଇଥିବା ବେଳେ ବଡ ପୁଅ ଯଶୋବନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ମଧ୍ୟ ଗୁରୁତର ଥିବାର ସୂଚନା ମିଳିଛି ।