ଭୁବନେଶ୍ବର,୨୦/୪: ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମେ’ ୯ ତାରିଖରେ ରାଷ୍ଟ୍ରପତି ବାରିପଦା ଗସ୍ତରେ ଆସିବେ । ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ । ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ରଖିବେ ।