ଆସନ୍ତାକାଲି ଗୋଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପ୍ରମୋଦ ସାୱନ୍ତ

ନୂଆଦିଲ୍ଲୀ,୨୭/୩ : ଆସନ୍ତାକାଲି ଅର୍ଥାତ ମାର୍ଚ୍ଚ ୨୮ ତାରିଖରେ ମନୋନୀତ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ପ୍ରମୋଦ ସାୱନ୍ତ ଶପଥ ଗ୍ରହଣ କରିବେ । ପ୍ରମୋଦଙ୍କ ସରକାରର ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ବହୁ ପୁରୁଖା ନେତା ସାମିଲ୍‌ ହେବେ । ଏଥିସହିତ ୧୦ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ପାଇଁ ଗୋଆରେ ପହଞ୍ଚିବା ନେଇ ଜଣାପଡ଼ିଛି ।

ଗୋଆର ଶ୍ୟାମାପ୍ରସାଦ ମୁଖାର୍ଜୀ ଷ୍ଟାଡିୟମ୍‌ରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଏଥିରେ ପ୍ରଧାନମନ୍ତ୍ରୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ମନ୍ତ୍ରୀ ନୀତିନ୍‌ ଗଡ଼କାରୀ, ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୈହାନ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର, ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ଶର୍ମା, ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୂପେଶ ପଟେଲ୍‌, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସ୍ୱରାଜ ମୁବଇ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି, ମଣିପୁର ମୁଖ୍ୟମନ୍ତ୍ରୀ ବିରେନ୍‌ ସିଂହ ସାମିଲ୍‌ ହେବେ ।