ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା : ଜନଜୀବନ ପ୍ରଭାବିତ

ଭୁବନେଶ୍ୱର, ୧୯/୮ : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ପ୍ରଭାବିତ ହୋଇଛି। ରାସ୍ତାଘାଟ ଏବଂ ତଳିଆ ଅଞ୍ଚଳରେ ପାଣି ଜମି ରହି କୃତ୍ରିମ ବନ୍ୟାର ଭ୍ରମ ସୃଷ୍ଟି କରିଛି।

ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।