ଭୁବନେଶ୍ୱର, ୦୬/୦୮ : ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢ଼ିବ । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବ । ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି । ବାୟୁ ମଣ୍ଡଳରେ ଥିବା ଜଳୀୟବାଷ୍ପର ପରିମାଣକୁ ନେଇ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୨ ଜିଲ୍ଲା କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୨ ଟି ଜିଲ୍ଲା ବ୍ୟତୀତ ଅନ୍ୟ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ପ୍ରବଳ ବର୍ଷା ସାଙ୍ଗକୁ ଝଟକା ପବନ ଓ ବଜ୍ରପାତ ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୮ ତାରିଖରେ ବର୍ଷାର ଗତି ବଦଳିବ । ପ୍ରବଳ ବର୍ସା ସହ ବଜ୍ରପାତ ପାଇଁ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଭିତରେ ରଖାଯାଇଛି । ୯ ତାରିଖ ବେଳକୁ ବର୍ଷାର ପରିମାଣ ସାମାନ୍ୟ କମିବ । ମଧ୍ୟମ ଧରଣର ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏ ସମସ୍ତ ଜିଲ୍ଲାରେ ଝଟକା ପବନର ଘଣ୍ଟାପ୍ରତି ବେଗ ୩୦-୪୦ କିମି ରହିବ ।