ଆସନ୍ତା ୧୧ ତାରିଖ ସୁଦ୍ଧା ସାରା ରାଜ୍ୟକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର, ୭/୬ : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ, ଆଜି ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅନ୍ୟ ଜିଲ୍ଲାଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଜାରି ରହିବ । ଆସନ୍ତାକାଲି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ । ସେହିପରି ପବନ ବୋହିବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ଆକଳନ କରିଛି । ସେହି ଜିଲ୍ଲାଗୁଡିକ ପାଇଁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌(ଏସ୍‌ଆରସି) କହିଛନ୍ତି ।