ଓଡ଼ିଶାର ଏକ ପାରମ୍ପାରିକ ପର୍ବ ରଜ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମି ଦହନ ,ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ବସୁମତୀ ସ୍ନାନ ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି ।
ଗାଁରୁ ସହର, ପଲ୍ଲୀରୁ ଦିଲ୍ଲୀ , ସବୁଠି ଉତ୍ସବର ମାହୋଲ୍ । ପିଲା, ବୁଢା ସମସ୍ତେ ପାଳୁଛନ୍ତି ଏହି ପାରମ୍ପରିକ ପର୍ବ । ରଜକୁ ନେଇ ପିଲାଠୁ ବୁଢା ଯାଏଁ ସମସ୍ତେ ଲାଗିପଡିଛନ୍ତି । ରଜ ଦୋଳି ଖେଳ ବିନା ରଜ ଅଧୁରା । ତେଣୁ ବାଉଁସ କଟାଯାଇ ଦୋଳି ପ୍ରସ୍ତୁତି ହୋଇଛି। କେବଳ ସେତିକି ନୁହେଁ ଲୁଡୁ ସହ ତାସ୍ ଖେଳ ବି ଜମିଲାଣି । ହେଲେ ଏସବୁ ଭିତରେ ଗୋଟିଏ ଜିନିଷର ରହିଛି ରଜରେ ବେସ୍ ଚାହିଦା । ରଜ ପାନ । କଥାରେ ଅଛି ରଜ ପାନ ବିନା ରଜର ମଜ୍ଜା ଫିକା । ଆଧୁନିକତାର ସ୍ପର୍ଶରେ ଏବେ ବି ଗାଁ ଗହଳିର ଲୋକ ମାନେ ରଜ ପର୍ବକୁ ଧୁମ୍ ଧାମ୍ ପାଳନ କରିଥାନ୍ତି ।
Prev Post