ମେଷ: ଭୋଗ ବିଳାସରେ ଦିନଟି ଅତିବାହିତ ହୋଇପାରେ। ଭକ୍ତିଭାବଯୁକ୍ତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ସୁଖ ମିଳିବ।
ବୃଷ: କାର୍ଯ୍ୟରେ ବିଘ୍ନ ଘଟିପାରେ। ସ୍ୱାଭିମାନୀ ହେବେ। କ୍ଷୟ କ୍ଷତିର ସମ୍ଭାବନା ଅଛି। ଅସୁସ୍ଥତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହୋଇପାରେ। ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ।
ମିଥୁନ: ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବ ନେଇ କାର୍ଯ୍ୟ କରିବେ। ସୁଖ-ସନ୍ତୋଷରେ ଦିନଟି ଅତିବାହିତ ହେବ। ସ୍ୱକର୍ମ ପାଇଁ ମନରେ ଗର୍ବଭାବ ବହନ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
କର୍କଟ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି।ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚକ୍ଷୁପୀଡ଼ା ଉପୁଜି ପାରେ। ଚାକିରି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ପ୍ରଶଂସାର ପାତ୍ର ହେବେ।
ସିଂହ: ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
କନ୍ୟା: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ଲାଗି ରହିଥିବା ବିବାଦର ସମାଧାନ ହୋଇପାରେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଭଲ ଆୟ ହେବ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି।
ତୁଳା: ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା, କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ।
ବିଛା: ମିଷ୍ଟଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।ନୀତିନିଷ୍ଠ ବ୍ୟକ୍ତି ଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ।
ଧନୁ: ମାଲିମକୋଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। କାର୍ଯ୍ୟରେ ଶ୍ରେୟ ପ୍ରାପ୍ତ ହୋଇପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଅଧିକ ରୋଜଗାରକ୍ଷମ ହେବେ। ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି।
ମକର: କର୍ମଚଞ୍ଚଳ ରହିଲେ ବି ଥଣ୍ଡା, କଫଜନିତ ପୀଡ଼ା ଭୋଗୀ ପାରନ୍ତି। ଭ୍ରମଣ ସ୍ଥଗିତ ରଖିବାକୁ ପଡ଼ିବ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଧାର୍ମିକ ପ୍ରବୃତ୍ତିର ହେବେ। ଗୁପ୍ତବିଦ୍ୟାର ରୁଚି ରହିବ। ସାହସୀ ଓ ଜ୍ଞାନ ଗରିମାଯୁକ୍ତ ହେବେ।
କୁମ୍ଭ: ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଗୃହସୁଖ ଓ ଯାନବାହନ ସୁଖ ମିଳିବ। କରିତ୍କର୍ମା ହେବେ।
ମୀନ: ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ଉଜ୍ଜ୍ୱଳକାରୀ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ଶ୍ରଦ୍ଧା ରହିବ।