ମେଷ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ପାଇ ତା’ର ସଦ୍ବ୍ୟବହାର କରିପାରନ୍ତି। ମହତ୍ କାର୍ଯ୍ୟ ପାଇଁ ବିଭିନ୍ନ ସ୍ତରରୁ ସହାୟତା ମିଳିପାରେ।ବିବାଦୀୟ ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରବଚନରେ ଯୋଗ ଦେବେ।
ବୃଷ: ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ବ୍ରହ୍ମ କଲ୍ୟାଣ ଲାଭ କରିପାରନ୍ତି। ପ୍ରିୟଜନଙ୍କ ସହାୟତା ମିଳିବ। ଜଣେ ବିଜ୍ଞ ବ୍ୟକ୍ତିଭାବେ ପରିଚିତ ହେବେ। ମାତ୍ର ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ।
ମିଥୁନ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବନ୍ଧୁ ମିଳନ ଘଟିପାରେ। ସୁଖକର ଘଟଣାମାନ ଘଟିବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି।
କର୍କଟ: ପଡ଼ୋଶୀଙ୍କ ସହାୟତା ପାଇ ଶତ୍ରୁକୁ ପରାଜିତ କରିବେ ଓ ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହେବେ। ଶତ୍ରୁର ଆହ୍ୱାନ୍ ଆପଣଙ୍କୁ କ୍ରୋଧାନ୍ୱିତ କରିପାରେ। ଦିନସାରା କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରିପାରନ୍ତି। ଋଣ ପରିଶୋଧ କରିବେ।
ସିଂହ: ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ଆନନ୍ଦ ଅନୁଭବ କରିବେ। ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନ ଲାଭର ସୂଚନା ମିଳୁଛି। ପତ୍ନୀଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ୍ ହେବାକୁ ପଡ଼ିବ।
କନ୍ୟା: ଧନ ଭୋଗର ସୂଚନା ମିଳୁଛି। ଐଶ୍ୱର୍ଯ୍ୟ ପ୍ରାପ୍ତିର ସୌଭାଗ୍ୟ ଅଛି। ତେଜୀୟାନ୍ ହେବେ। ବାହୁରେ ପୀଡ଼ା ଉପୁଜି ପାରେ। ଶ୍ରମ ସାର୍ଥକ ହେବ। ଶତ୍ରୁନାଶ କରିପାରନ୍ତି।ଅସାଧୁ ଓ ଦୁଷ୍ଟ ବ୍ୟକ୍ତିଙ୍କୁ ପରିତ୍ୟାଗ କରି ଆଶ୍ୱସ୍ତ ହେବେ। ଧର୍ମ-ଧାରଣାରେ ମଗ୍ନ ହେବେ।
ତୁଳା: ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଦେବଦର୍ଶନରେ ଆତ୍ମତୃପ୍ତି ଲାଭ କରିବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି। ବିବାଦରେ ବିଜୟୀ ହେବେ।
ବିଛା: ପ୍ରତ୍ୟେକ କ୍ଷେତ୍ରରେ ସ୍ଥିରତା ଆସିବ। ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। କାର୍ଯ୍ୟ କରିବା ପୂର୍ବରୁ ପରାମର୍ଶ ନେବାକୁ ପଡ଼ିବ। କୁଳ ପ୍ରଧାନର ମାନ୍ୟତା ପ୍ରାପ୍ତ ହେବେ। ଧନ ସଞ୍ଚୟରେ ବ୍ରତୀ ହୋଇପାରନ୍ତି।
ଧନୁ: ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ। ସୁସ୍ୱାଦୁ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆୟ ବୃଦ୍ଧିର ସୂଚନା ମିଳୁଛି। ସୁଖ ସମ୍ମାନ ଲାଭ କରିପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁ ଜୁଟିପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ।
ମକର: ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିବାକୁ ପଡ଼ିବ। ବନ୍ଧୁ ବିରୋଧରେ ସମ୍ମୁଖୀନ ହୋଇପାରନ୍ତି। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ମଧୁର କଥାରେ ପରକୁ ଆପଣାର କରିବେ। ଯାତ୍ରା ଶୁଭପ୍ରଦ ହେବ।
କୁମ୍ଭ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି।ଶୁଭଖବର ପାଇ ଖୁସି ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ସୁଖୀ ହେବେ।
ମୀନ: ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ସୁସମ୍ବାଦ ମିଳିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ।ପ୍ରତିଯୋଗିତାରେ ବିଜୟୀ ହେବେ। ଜୀବେ ଦୟା ପ୍ରବୃତ୍ତିର ହୋଇପାରନ୍ତି। ସନ୍ତୋଷ ମିଳିବ।