ମେଷ: ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ।
ବୃଷ: ଆଦର୍ଶବାଦୀ ହେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଉଦାର ସ୍ୱଭାବର ହେବେ। ଦାନ ଧ୍ୟାନରେ ନିମଗ୍ନ ହୋଇପାରନ୍ତି।କୃଷିକର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି। ଯାନବାହନ ସୁଖ ମିଳିପାରେ।
ମିଥୁନ: ସ୍ନେହପୂର୍ଣ୍ଣ ଭାଷା ପ୍ରୟୋଗ କରି ସାମାଜିକ ସ୍ତରରେ ଆଦରଣୀୟ ହେବେ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି। ଉଚ୍ଚ ଆଶା ଫଳବତୀ ହେବ। ମନ ପ୍ରସନ୍ନ ରହିବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ।
କର୍କଟ: ସହନଶୀଳ, ଶାନ୍ତିପ୍ରିୟ, ମଧୁରଭାଷୀ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ମିତ୍ରମାନଙ୍କ ସହାୟତାରେ ଅସାଧ୍ୟ ସାଧନ କରିପାରନ୍ତି। ନୀତିନିଷ୍ଠ ହେବେ।
ସିଂହ: ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ସେବକ ମନୋଭାବ ହୋଇପାରନ୍ତି। ବଳଶାଳୀ ହେବେ।ଧନ ସମ୍ପଦ ଭରପୂର ରହିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ।
କନ୍ୟା: ଏକାନ୍ତରେ ସମୟ ବିତାଇ ପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ଧାର୍ମିକ ପ୍ରବୃତ୍ତିର ହେବେ। ଶୁଭକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ମଧୁର କଥା କହି ପରକୁ ଆପଣାର କରିପାରନ୍ତି।
ତୁଳା: ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ରୋଜଗାର ଆଶାନୁରୂପ ହୋଇପାରେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନ ଲାଭ ହେବ।
ବିଛା: ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ପରିଶ୍ରମର ମୂଲ୍ୟ ମିଳିବ। କୁଳ ପ୍ରଦୀପ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ସୁଖୀ ହେବେ। ପାରିବାରିକ ସ୍ନେହ ରହିବ।
ଧନୁ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ସେବାକ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
କୁମ୍ଭ: ବ୍ୟବସାୟ ଲାଭଜନକ ହେବ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ହିତୋପଯୋଗୀ ହେବେ।
ମୀନ: ବନ୍ଧୁ ସହାୟତା ମିଳିବ। ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁର ଉପସ୍ଥିତି ପ୍ରଥମେ ଆପଣଙ୍କୁ ବିବ୍ରତ କରିପାରେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।
Comments are closed.